କରୋନା ତାଣ୍ଡବ: ରାଜ୍ୟରୁ ପୁଣି କରୋନା ନେଲା ୪୭ ଜୀବନ

ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି କରୋନା । ଯାହାଫଳରେ ମୃତ୍ୟୁ ସଂଖ୍ୟା ବଢି ଚାଲିଛି ପଛେ ଥମିବାର ନାଁ ଧରୁନି । ଗୋଟେଦିନରେ ୪୦ ଉପରେ କରୋନା ରୋଗୀଙ୍କ ମୃତ୍ୟୁ ହେଉଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୪୭ ଆକ୍ରାନ୍ତ ଆଖିବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୪୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, କଟକ ନୟାଗଡ ଓ ବରଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, ପୁରୀ, ଗଞ୍ଜାମ ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, କେନ୍ଦ୍ରାପଡା, ଅନୁଗୁଳ ଜିଲ୍ଲାରୁ ୨ ଜଣ ଲେଖାଏଁ , ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।