ରାଜ୍ୟରୁ ପୁଣି ଗୋଟେଦିନରେ କରୋନାରେ ଗଲା ୫ ଜୀବନ

ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୯୨ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ, ପୁରୀ, ଜଗତସିଂହପୁର, ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।