ରାଜ୍ୟରୁ ଗୋଟେଦିନରେ କରୋନାରେ ୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୬ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୯୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।