ରାଜ୍ୟରୁ ୨୪ ଘଣ୍ଟାରେ ବାହାରିଲେ ୫୬୫ କରୋନା ରୋଗୀ

ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୩୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।

~~~ embed:1443062594386890755?s=20 twitter metadata:SVBSX09kaXNoYXx8aHR0cHM6Ly90d2l0dGVyLmNvbS9JUFJfT2Rpc2hhL3N0YXR1cy8xNDQzMDYyNTk0Mzg2ODkwNzU1fA== ~~~

ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୩୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୮୭୪ ରହିଥିବା ବେଳେ ୫୫୧୩ ଜଣ ଚିକିତ୍ସିତ ହେଉଛନ୍ତି ।